ସାରା ଦେଶ ପାଇଁ ହେବ ଏକକ ଇଲେକଟ୍ରୋନିକ ଟୋଲ ଆଦାୟ ବ୍ୟବସ୍ଥା |

ଦୁର୍ଗା ପୂଜା ବିଜୟର ନିଦର୍ଶନ

October 08, 2019, ସମ୍ପାଦକୀୟ, ଗଞ୍ଜାମ, SRI JIBANANANDA KAR


ଦୁର୍ଗା ପୂଜା ବିଜୟର ନିଦର୍ଶନ
SRI JIBANANANDA KAR
[ Editor-in-Chief ]
DSLR News Bureau
October 08, 2019

“ଯାʼ ଦେବୀ ସର୍ବ ଭୂତେଷୁ,
ଶକ୍ତି ରୂପେଣଂ ସଂସ୍ଥିତା,,
ନମସ୍ତସୈ ନମସ୍ତସୈ ନମସ୍ତସୈ ନମୋନମଃ॥”


ଶକ୍ତି ସ୍ୱରୂପିଣୀ ମା'ଦୁର୍ଗା ପୂଜାର୍ଚ୍ଚନା ସାରା ଗଂଜାମ ଜ଼ିଲ୍ଲାରେ ସମସ୍ତ ଦେlକାନ ବଜ଼ାର ସହ ବିଭିନ୍ନ ସାହି ମାନଙ୍କରେ ବର୍ତମାନ ପାର୍ବଣ ମହଲସୁନ୍ଦର ଝିକି ମିକିରେ ଝଲସି ପଡୁଥିବା ବେଳେ ପୂଜା ମଣ୍ଡପରେ ବହୁଟଙ୍କାରେ ନିର୍ମାଣ ହଇଥିବା ତୋରଣ ବହୁତ ସୁନ୍ଦର ଦେଖି ସହରର ବିଭିନ୍ନ ସ୍ଥାନରେ ମାଁ ଦୁର୍ଗାଙ୍କ ମୃଣ୍ମୟା ପ୍ରତିମା ପୂଜା ପାଉଛନ୍ତି। ମାଁଙ୍କ ଦର୍ଶନ ପାଇଁ ବିଭିନ୍ନ ପୁଜା ମଣ୍ଡପରେ ଶ୍ରଦ୍ଧାଳୁଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି। ପୂଜା ମଣ୍ଡପରେ ମାଁଙ୍କ ପୂଜାର୍ଚ୍ଚନା ଆରମ୍ଭ ହୋଇଛି। ମାଁଙ୍କୁ ପୁରା ଦେଖିବା ପାଇଁ ଆଖିପିଚୁଳାରେ ଦର୍ଶକ ମାନେ ମନ ମୋହିନେଇଯାଇଛି l


ଦୁର୍ଗା ପୂଜା ବିଜୟର ନିଦର୍ଶନ :


ଅସତ୍ୟ ଓ ଅନ୍ୟାୟ ଉପରେ ସତ୍ୟ ଓ ନ୍ୟାୟର ବିଜୟର ନିଦର୍ଶନ । ଦୁର୍ଗା ପୂଜା ଆଶ୍ୱିନ ମାସରେ ହିନ୍ଦୁମାନେ ପାଳନ କରୁଥିବା ଏକ ଉତ୍ସବ । ଏହା ଦେବୀ ଭାଗବତ ଓ ସପ୍ତଶତୀ ଚଣ୍ଡୀରେ ବର୍ଣ୍ଣିତ ଅଛି ମେଧାଋଷିଙ୍କର ମାର୍ଗ ଦର୍ଶନରେ ମାତା ଦୁର୍ଗାଙ୍କୁ ସନ୍ତୁଷ୍ଟ କରି ତାଙ୍କ ଆଶୀର୍ବାଦରୁ ରାଜ୍ୟହୀନ ରାଜା ସୁରଥ ପୁନଃ ନିଜ ରାଜ୍ୟ ଫେରି ପାଇଥିଲେ ଓ ସମାଧି ବୈଶ୍ୟ ମଧ୍ୟ ନିଜର ଅଭିଳଷିତ ବର ଲାଭ କରି ପାରିଥିଲେ । ସମସ୍ତ ଦେବତା ଯେବେ ମହିଷାସୁରର ଅତ୍ୟାଚାରରେ ସନ୍ତ୍ରପ୍ତ ହୋଇ ବ୍ରହ୍ମାଙ୍କ ଶରଣାପନ୍ନହେଲେ ସେତେବେଳେ ବ୍ରହ୍ମା, ଶ୍ରୀବିଷ୍ଣୁ ଓ ଶିବଙ୍କ ପରାମର୍ଶରେ ସମସ୍ତ ଦେବତାଙ୍କ ତେଜ ସମ୍ମିଳିତ କରି କାତ୍ୟାୟନ ଋଷିଙ୍କ ଆଶ୍ରମରେ ଯଜ୍ଞକୁଣ୍ଡରୁ ମାୟା ବୀଜଦ୍ୱାରା ଦୁର୍ଗାଙ୍କୁ ଆବାହନ କଲେ, ଏବଂ ଦେବୀ ଦୁର୍ଗା ପ୍ରକଟୀତା ହେଲେ । ସମସ୍ତ ଦେବତା ନିଜ ନିଜ ଆୟୁଧ ଦୁର୍ଗାଙ୍କୁ ଦାନ କଲେ,ଶେଷରେ ଦେବୀ ସିଂହ ବାହିନୀ ହୋଇ ମହିଷାସୁର ସହ ଯୁଦ୍ଧ କରିଥିଲେ । ଅନେକ ସମୟ ଯୁଦ୍ଧ କଲାପରେ ଦେବୀ ଶୂଳଦ୍ୱାରା ମହିଷାର ହୃଦୟ ବିଦ୍ଧ କଲେ, ଖଡ୍ଗଦ୍ୱାରା ଶିରଚ୍ଛେଦ କଲେ । ସେହି ସମୟ ଥିଲା ଚୈତ୍ର ଶୁକ୍ଳ ପକ୍ଷ ଅଷ୍ଟମୀ ଓ ନବମୀର ସନ୍ଧିକ୍ଷଣ, ତେଣୁ ଏହିସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତ୍ରେତୟା ଯୁଗରେ ରାବଣକୁ ପରାସ୍ତ କରିବା ନିମନ୍ତେ ରାମଚନ୍ଦ୍ର ଚୈତ୍ର ବଦଳରେ ଆଶ୍ୱିନରେ ଏହି ପୂଜା କରିଥିଲେ, ସେବେଠାରୁ ଏହା ଉଭୟ ଚୈତ୍ର ବାସନ୍ତୀ ନବରାତ୍ର ଓ ଆଶ୍ୱିନ ଶାରଦ ନବରାତ୍ର ଭାବେ ବିଦିତ ଓ ଉଭୟ ସମୟରେ ଦେବୀଙ୍କ ମହାପୂଜା ପ୍ରଚଳିତ । ନବମୀର ପରବର୍ତ୍ତୀ ଦିନ ବିଜୟଉତ୍ସବ ବା ବିଜୟାଦଶମୀ ପାଳିତ ହୁଏ,ଏହା ଦେବତାମାନଙ୍କଦ୍ୱାରା ମା ଦୁର୍ଗାଙ୍କ ଯୁଦ୍ଧ ପରବର୍ତ୍ତୀ ବିଜୟାଭିଷେକର ପରମ୍ପରାକୁ ପ୍ରଚଳିତ ।ଏହି ଦଶହରା ପର୍ବ ଭାରତରେ ସର୍ବଜନବିଦିତ ପର୍ବ । ତେଣୁ ‘ଦଶହରା’ କହିଲେ ସମସ୍ତେ ଆଶ୍ୱିନ ଶୁକ୍ଳ ଦଶମୀକୁ ହିଁ ବୁଝନ୍ତି । ଏହି ଦଶହରା ଦିବସରେ ରାମଚନ୍ଦ୍ର ମାତୃଶକ୍ତି ବନଦୁର୍ଗାଙ୍କୁ ସ୍ତୁତି କରି ରାବଣର ନିଧନ ଉଦ୍ଦେଶ୍ୟରେ ଲଙ୍କା ଅଭିମୁଖେ ବିଜୟଯାତ୍ରା କରିଥିବାରୁ ଏହି ତିଥିକୁ ‘ବିଜୟା ଦଶମୀ’ କୁହାଯାଏ ।


ପୂଜାବିଧି






ଜନ୍ମାଷ୍ଟମୀ ଅବସରରେ ନଦୀରୁ ମାଟି ଉଦ୍ଧାର କରାଯାଏ,ଯାହା ଦଶହରାର ପ୍ରଥମ ବିଧି।ଏହା ପରେ କାରିଗରମାନେ ମୂର୍ତ୍ତି ଗଠନରେ ବ୍ୟସ୍ତ ରୁହନ୍ତି । ପବିତ୍ର ମହାଳୟା ଅବସରରେ ମା’ଙ୍କ ମୃଣ୍ମୟ ମୂର୍ତ୍ତିରେ ଖଡ଼ି ଚଢାଯାଏ । ମହାଳୟା ଠାରୁ ପ୍ରକୃତ ଦୁର୍ଗାପୂଜା ଆରମ୍ଭ ହୁଏ । କାରଣ ଏହି ଦିନ ଠାରୁ ଦୁର୍ଗାପୂଜା ମଧ୍ୟରେ ୧୦ ଦିନ ସମୟ ରହିଥାଏ, ଯାହା ପୁରାଣ ଶାସ୍ତ୍ରରେ ଦଶହରା ବୋଲି କୁହାଯାଇଛି । ପ୍ରକୃତ ପୂଜାବିଧି ଷଷ୍ଠୀ ଠାରୁ ଦଶମୀ ପର୍ଯ୍ୟନ୍ତ ଦେଖିବାକୁ ମିଳେ ।






    • ଷଷ୍ଠୀ: ଅଧିବାସ, ବିଲ୍ୱବରଣ, ମା’ଙ୍କୁ ସ୍ୱାଗତ କରିବାକୁ ଯାଇ ଷଷ୍ଠୀ ପୂଜାରେ ବେଲବରଣୀ କରାଯାଏ । ବେଲଗଛ ପାଖରେ ଏହି ପୂଜା ସମ୍ପନ୍ନ କରାଯାଏ । ଶେଷରେ ରାତ୍ରୀ କାଳରେ ଦେବୀ ପ୍ରତିମାର ଚକ୍ଷୁରେ ରଙ୍ଗ ଦେଇ ଚକ୍ଷୁଦାନ ସମ୍ପନ୍ନ ହୁଏ ଓ ମନ୍ତ୍ରଦ୍ୱାରା ପ୍ରାଣ ପ୍ରତିଷ୍ଠା କରାଯାଏ ।





    • ସପ୍ତମୀ: ସପ୍ତମୀରେ ନବପତ୍ରିକା ପୂଜା କରାଯାଏ, ଯେଉଁ ଥିରେ କଦଳୀ, ସାରୁ, ମାଣସାରୁ, ହଳଦୀ, ଅଶୋକ, ଡାଳିମ୍ବ, ବେଲ, ଜୟନ୍ତି ଓ ଧାନ ଏହି ନଅ ଜାତି ପତ୍ରଦ୍ୱାରା ଦୁର୍ଗାଙ୍କର ଗୋଟିଏ ମୁର୍ତ୍ତି ଗଠନ କରି ପୂଜା କରିବାର ବିଧି । ଏହା ପରେ ମହାସ୍ନାନ ବିଧି ସମ୍ପନ୍ନ ହୁଏ । ଚଣ୍ଡିପାଠହୋମ: ଦେବୀମାହାତ୍ମ୍ୟ (ମାର୍କଣ୍ଡେୟ ପୂରାଣାନ୍ତର୍ଗତ ଦୁର୍ଗାଙ୍କ ବିଷୟ ବର୍ଣ୍ଣନାତ୍ମକ ଗ୍ରନ୍ଥ) ଗ୍ରନ୍ଥର ଆବୃତ୍ତି ସହ ହୋମ ଓ ପୁଷ୍ପାଞ୍ଜଳୀ ପ୍ରଦାନ କରାଯାଏ ।





    • ଅଷ୍ଟମୀ: ଅଷ୍ଟମୀରେ ହୁଏ ମା’ଙ୍କ ମୂଖ୍ୟ ସନ୍ଧିପୂଜା । ମହାଷ୍ଟମୀର ଶେଷ ଦଣ୍ଡ ଓ ମହାନବମୀର ଆଦ୍ୟ ଦଣ୍ଡର ମଧ୍ୟକାଳୀନ ସମୟକୁ ସନ୍ଧି ସମୟ କୁହାଯାଏ । ଶାସ୍ତ୍ର ବିଧି ଅନୁସାରେ ଶାରଦୀୟ ଓ ବାସନ୍ତୀ ଦୁର୍ଗାପୂଜାରେ ଏହି ସନ୍ଧି କାଳହିଁ ଦେବୀଙ୍କୁ ବଳି ଦେବର ପ୍ରଶସ୍ତ ସମୟ । ଏହି ସମୟରେ ମା’ଙ୍କ ପାଖରେ ବଳି ଦିଆଯାଏ । ପୂର୍ବରୁ ଜୀବମାନଙ୍କୁ ବଳି ଦିଆଯାଉଥିଲା, ଆଜିକାଲି ଲାଉ, ପାଣିକଖାରୁ ଓ ବୋଇତିକଖାରୁ ବଳି ଦିଆଯାଉଛି । ଓଡ଼ିଶାରେ ଏହିଦିନ ମହିଳାମାନେଶାଢ଼ୀ, ଫେଣୀ ଇତ୍ୟାଦି ଆଣି ମା’ଙ୍କ ପାଖରେ ଭୋଗ କରିସାରିବା ପରେ ନୂଆ ବସ୍ତ୍ର ପରିଧାନ କରିଥାନ୍ତି ।





    • ନବମୀ: ନବମୀ ପୂଜାରେ ମା’ଙ୍କ ପୀଠରେ ମାଛ ଭୋଗ ହେଇଥାଏ।କଟକର ଅଲିଶାବଜାର, ଚାନ୍ଦିନୀ ଚୌକ ପ୍ରଭୃତି କେତେକ ପୂଜା କମିଟି ନବମୀ ପୂଜାରେ ବଡ଼ ଧରଣର ମାଛଭୋଗ କରିଥାନ୍ତି ।





    • ଦଶମୀ: ଘଟ ବିସର୍ଜନ ଓ ଭସାଣି । ଦଶମୀ ପୂଜା ମା’ଙ୍କ ଅନ୍ତିମ ପୂଜାର୍ଚ୍ଚନା ଅପରାଜିତା ପୂଜା ଏହି ଦିବସର ସ୍ୱାତନ୍ତ୍ର । ଓଡ଼ିଶାର କେତେକ ଅଞ୍ଚଳରେ ଅପରାଜିତା ଫୁଲରେ ମା’ଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା ଦେବାକୁ ଯାଇ ସାହିର ମହିଳାମାନେ ଝିଅ ବିଦାକଲା ଭଳି କାନ୍ଦବୋବାଳି କରିଥାନ୍ତି । ଏହା ସହିତ ମହିଳାମାନେ ସିନ୍ଦୁର ଖେଳ କରିଥାନ୍ତି । ଅନେକ ସ୍ଥାନରେ ସିନ୍ଦୁର ଖେଳ ପ୍ରତିଯୋଗିତା ହୁଏ । ଏହି ଦିବସର ପ୍ରମୁଖ ଭୋଗ ଦହି ପଖାଳ ।



ଶକ୍ତି ସ୍ଵରୂପିଣୀ ମା'ଦୁର୍ଗା ସମସ୍ତଙ୍କୁ ସୁଖ ,ସମୃଦ୍ଧି, ଶାନ୍ତି , ସୁସ୍ଥ ଜୀବନ ଓ ମନସ୍କାମନା ପୁରଣ କରନ୍ତୁ I ପବିତ୍ର ଶାରଦୀୟ ଦୁର୍ଗାପୂଜା ଅବସରରେ ଆପଣଙ୍କୁ ଓ ଆପଣଙ୍କ ପରିବାରର ସମସ୍ତ ସଦସ୍ୟଙ୍କୁ ଆନ୍ତରିକ ଶୁଭେଚ୍ଛା ତଥା ଶୁଭକାମନା । ଜଗତଜନନୀ ମହାଶକ୍ତିମୟୀ ମା ଦୁର୍ଗାଙ୍କ ଅପାର କରୁଣାରୁ ହସ, ଖୁସି ଓ ଶାନ୍ତିରେ ରୁହନ୍ତୁ । ଆଜିର ଏହି ପବିତ୍ର ଅବସରରେ ମା ଦୁର୍ଗାଙ୍କ ନିକଟରେ ଏତିକି ପ୍ରାର୍ଥନା ।


ଡିଏସ୍‌ଏଲ୍‌ଆର୍ ଇମେଜ୍ ମ୍ୟାଗାଜିନର ୱେବ୍ ପୋର୍ଟାଲ ସ୍ବାଗତ ଜଣାଉଛି୤ ଆମର ଏହି ପ୍ରଚେଷ୍ଟା ଓଡ଼ିଆମାନଙ୍କ ନିକଟରେ ଓଡ଼ିଆ ଭାଷାରେ ଖବରକୁ ସଠିକ ଭାବରେ ଉପସ୍ଥାପନ କରିବା୤


ଶ୍ରୀ ଜୀବନାନନ୍ଦ କର
ପ୍ରକାଶକ - ସମ୍ପାଦକ


Image Source by https://amazon.in


ସ୍ରୋତ : ଉଇକିପିଡ଼ିଆ




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଦାରିଙ୍ଗବାଡି ଥାନାରେ ମା ଦୁର୍ଗାଙ୍କୁ ପୁରୁଣା ଐତିହରେ ପୂଜାର୍ଚନା

ଦାରିଙ୍ଗବାଡି ଥାନାରେ ମା ଦୁର୍ଗାଙ୍କୁ ପୁରୁଣା ଐତିହରେ ପୂଜାର୍ଚନା
Read More...

Vice President greets people on the eve of Dussehra

Vice President greets people on the eve of Dussehra
Read More...

ଆମ ଆଣ୍ଡ୍ରଏଡ୍ ଆପ୍:

ଆମ ଇ-ପତ୍ରିକା:

ବିଜ୍ଞାପନ :





ପ୍ରତିନିଧି ଲଗ୍ ଇନ୍ :
Register Now!

ଛବିରେ ଖବର :ଆସିକା ବିଜେପି ଘୁମୁସର ସାଂଗଠନିକ ଜିଲ୍ଲା ବୈଠକ
View All Photos

ଦର୍ଶକ ପରିସଂଖ୍ୟାନ :

http://www.hitwebcounter.com/


ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର :
Type the above number:

©, ସର୍ବସତ୍ତ୍ବ ସଂରକ୍ଷିତ DSLRimageMagazine.com, 2018
ୱେବ୍ ସଂରଚନା ଓ ନିର୍ମାଣ ଓଡ଼ିଆଗୁରୁ