ଏକ ବିରଳ ମୂହୁର୍ତ୍ତ ଏବଂ ଆରତ୍ମନିର୍ଭର ଭାରତର ଜାଜୁଲ୍ୟମାନ ଉଦାହରଣ : କେନ୍ଦ୍ର ପରିବେଶ ମନ୍ତ୍ରୀ |

ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମିଳିତ ଭାବରେ ପିଏଡିସିର କଲେ ଉଦଘାଟନ

June 25, 2020, National (ଜାତୀୟ) , , DSLR News Bureau


ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ମିଳିତ ଭାବରେ ପିଏଡିସିର କଲେ ଉଦଘାଟନ
DSLR News Bureau
June 25, 2020

ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଭିଡିଓ କନଫରେନ୍ସିଂ ଜରିଆରେ ମିଳିତ ଭାବେ ପାରାଦୀପଠାରେ ଇଣ୍ଡିଆନ ଅଏଲର ଉତ୍ପାଦ ପ୍ରୟୋଗ ଓ ବିକାଶ କେନ୍ଦ୍ର (ପିଏଡିସି)ର ଉଦ୍ଘାଟନ କରିଛନ୍ତି । ପିଏଡିସି ଓଡିଶା ଏବଂ ପୂର୍ବ ଭାରତରେ ପଲିମର ଶିଳ୍ପ ବିକାଶକୁ ପ୍ରୋତ୍ସାହନ ଦେବ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ପୂର୍ବଦୋୟ ଭିଜନକୁ ସାକାର କରିବ । ଓଡିଶାର ଶିଳ୍ପାୟନରେ ରାଜ୍ୟର ଯୁବକଙ୍କ ଆକାଂକ୍ଷାକୁ ପୂରଣ କରିବାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୀତି ସର୍ବଦା ସହଯୋଗ କରିଆସୁଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।


ସେ କହିଛନ୍ତି ଓଡିଶାର ଶିଳ୍ପାୟନ ତଥା ବିକାଶ କରିବା ପାଇଁ ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ଉଦ୍ୟମରେ ଇଣ୍ଡିଆନ ଅଏଲ ପକ୍ଷରୁ 43 କୋଟି ବ୍ୟୟରେ ଏହି କେନ୍ଦ୍ରକୁ ନିର୍ମାଣ କରାଯାଇଛି । ଆାଗାମୀ ଦିନରେ ଭଦ୍ରକ ଏବଂ ଧାମରାରେ ଟେକ୍ସଟାଇଲ ଡାଉନଷ୍ଟ୍ରିମ ୟୁନିଟ ପାଇଁ ପଲିଷ୍ଟର ସୂତା ଓ କପଡା ପାଇଁ ପିଏଡିସି ଏକ ବୈଷୟିକ କେନ୍ଦ୍ର ଭାବରେ କାର୍ଯ୍ୟ କରିବ । ଏହା ଜାତୀୟ ସ୍ତରର ଓ ଅନ୍ତର୍ଜାତିୟ ସ୍ତରର ସେଂଟରରେ ଓଡିଆ ପିଲାଙ୍କ ପାଇଁ ନୂଆ ବ୍ୟବସାୟ ବାତାବରଣ ସୃଷ୍ଟି କରାଯିବ । ଏହି ସେଂଟର ଓଡିଆ ଶିଳ୍ପ ଉଦ୍ୟୋଗୀ ଓ ଯୁବକମାନଙ୍କୁ ଆତ୍ମନିର୍ଭର କରିବାରେ ବଡ ପଦକ୍ଷେପ ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଭାରତ ସରକାରଙ୍କ ସହଯୋଗରେ ଓଡିଶା ସରକାର ପେଟ୍ରୋକେମିକାଲ,ଇସ୍ପାତ,ଖଣି,କୋଇଲା,ଆଲୁମିନିୟମ,ପର୍ଯ୍ୟଟନ,ଟେକ୍ସଟାଇଲ,ଉଦ୍ୟୋଗୀ ତଥା ଅନ୍ୟାନ୍ୟ ଶିଳ୍ପ କ୍ଷେତ୍ରରେ ରୋଜଗାର ସୃଷ୍ଟି କରି ରାଜ୍ୟର ରାଜସ୍ୱ ବଢାଇବାର ଲକ୍ଷ୍ୟ ରଖିଛନ୍ତି ।


ଇଣ୍ଡିଆନ ଅଏଲ କର୍ପୋରେସନ ପାରାଦୀପରେ 40 ହଜାରରୁ ଅଧିକ କୋଟି ଟଙ୍କା ପୁଞ୍ଜନିବେଶ କରିଛି । ଇଡକୋ ଏବଂ ଆଇଓସିଏଲ ପକ୍ଷରୁ ଯୁଗ୍ମ ଭାବରେ ଏସପିଭି ଗଠନ କରାଯାଇ ପାରାଦୀପରେ ବିଶ୍ୱସ୍ତରୀୟ ପ୍ଲାଷ୍ଟିକ ପାର୍କ ନିର୍ମାଣ କରାଯାଉଛି । ଭାରତ ସରକାରଙ୍କ କେମିକାଲ ଓ ପେଟ୍ରୋକେମିକାଲ ବିଭାଗ ତରଫରୁ ଭୁବନେଶ୍ୱର ସିପେକର ଉଚ୍ଚସ୍ତରର ପ୍ରଶିକ୍ଷଣ କେନ୍ଦ୍ର ବନାଯାଇଛି । ପାରାଦୀପ,ବାଲେଶ୍ୱର,ଖୋର୍ଦ୍ଧା ବା ଓଡିଶାର ପ୍ଲାଷ୍ଟିକ ଅଂଚଳରେ ଉଦ୍ୟୋଗୀଙ୍କୁ ନିରନ୍ତର କମ ମୂଲ୍ୟରେ କଂଚାମାଲ ଦେବାର ଦାୟିତ୍ୱ ଇଣ୍ଡିଆନ ଅଏଲ ନେବ ।


ଓଡିଶାକୁ ଗ୍ୟାସ ଆଧାରିତ ଅଂଚଳ ଭାବେ ତିଆରି କରିବା, ତୈଳ ଭିତ୍ତିଭୂମି ଅଂଚଳ ଭାବରେ ପରିଣତ କରିବା, ପେଟ୍ରୋଲିୟମ ଓ ପେଟ୍ରୋକେମିକାଲ ଏବଂ ଆନୁଷାଙ୍ଗିକ ଆନ୍ସିଲାରୀ କ୍ଷେତ୍ରକୁ ଓଡିଶାକୁ ଅଗ୍ରଣୀ ରାଜ୍ୟ ଭାବେ ତୋଳିବା ପାଇଁ ତୈଳ ଶିଳ୍ପରେ ସର୍ବମୋଟ 1 ଲକ୍ଷ 35 ହଜାର କୋଟି ଟଙ୍କା ପୁଞ୍ଜିନିବେଶ କରାଯାଇଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି । ଏହି ଭର୍ଚୁଆଲ ଉତ୍ସବରେ ପେଟ୍ରୋଲିୟମ ମନ୍ତ୍ରଣାଳୟର ସଚିବ ତରୁଣ କାପୁର,ଆଇଓସିଲର ଚେୟାରମ୍ୟାନ ସଞ୍ଜିବ ସିଂହ ଏବଂ ଭାରତ ଓ ରାଜ୍ୟ ସରକାରଙ୍କର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।




Back to Previous Page



<< ପୂର୍ବ ଖବର ପରବର୍ତ୍ତୀ ଖବର >>
ଖରଣିପଡାରେ ୩୬ ପରିବାର ରହିବେ ସଂଗରୋଧ କେନ୍ଦ୍ରରେ

ଖରଣିପଡାରେ ୩୬ ପରିବାର ରହିବେ ସଂଗରୋଧ କେନ୍ଦ୍ରରେ
Read More...

କେନ୍ଦ୍ରୀୟ ଦଳ ପରିଦର୍ଶନ କରିବେ ମହାରାଷ୍ଟ୍ର, ଗୁଜରାଟ ଓ ତେଲଙ୍ଗାନା • ମୋଟ ନମୁନା ପରୀକ୍ଷା ୭୫ ଲକ୍ଷ ଟପିଲା • ଆରୋଗ୍ୟ ହାର ୫୭.୪୩ ଶତକଡାକୁ ବୃଦ୍ଧି

କେନ୍ଦ୍ରୀୟ ଦଳ ପରିଦର୍ଶନ କରିବେ ମହାରାଷ୍ଟ୍ର, ଗୁଜରାଟ ଓ ତେଲଙ୍ଗାନା • ମୋଟ ନମୁନା ପରୀକ୍ଷା ୭୫ ଲକ୍ଷ ଟପିଲା • ଆରୋଗ୍ୟ ହାର ୫୭.୪୩ ଶତକଡାକୁ ବୃଦ୍ଧି
Read More...

ଆମ ଆଣ୍ଡ୍ରଏଡ୍ ଆପ୍:

ଆମ ଇ-ପତ୍ରିକା:

ବିଜ୍ଞାପନ :





ପ୍ରତିନିଧି ଲଗ୍ ଇନ୍ :
Register Now!

ଛବିରେ ଖବର :ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ପ୍ରଦାନ କଲେ ପବିତ୍ର ପରିବାର ସମୂହ
View All Photos

ବିଜ୍ଞାପନ :
ବିଜ୍ଞାପନ :
ସମ୍ପାଦକଙ୍କୁ ପତ୍ର :
Type the above number:

©, ସର୍ବସତ୍ତ୍ବ ସଂରକ୍ଷିତ DSLRimageMagazine.com, 2018
ୱେବ୍ ସଂରଚନା ଓ ନିର୍ମାଣ ଓଡ଼ିଆଗୁରୁ